Saturday , June 10 2023
Breaking News
Home / ସ୍ୱାସ୍ଥ୍ୟ / ଦୁଇ ଜଣ ଶିଶୁ ଙ୍କ ସମେତ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଦୁଇ ଜଣ ଶିଶୁ ଙ୍କ ସମେତ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୫/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ଶିଶୁ ସଂକ୍ରମିତ ରହିଛନ୍ତି । ୧୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ ଜଣ, କଟକ, ଖୋର୍ଦ୍ଧା, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ ରୁ ଜଣେ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୫୯୨୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୯୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୨୬୭ ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୯୭ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୭୯୧୧୮୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.