Thursday , June 8 2023
Breaking News
Home / ସ୍ୱାସ୍ଥ୍ୟ / ଦୈନିକ ସଂକ୍ରମଣ ସଂଖ୍ୟା ୫୦ ତଳେ, ୦୩ ଜଣ ଶିଶୁ ଙ୍କ ସମେତ ୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଦୈନିକ ସଂକ୍ରମଣ ସଂଖ୍ୟା ୫୦ ତଳେ, ୦୩ ଜଣ ଶିଶୁ ଙ୍କ ସମେତ ୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୬/୧୦/୨୦୨୨ (ଓଡ଼ିଶା ସମାଚାର)- ଆଜି ମଧ୍ୟ କରେନା ଦୈନିକ ସଂକ୍ରମଣ ସଂଖ୍ୟା ୫୦ ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୦୩ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩ ଜଣ, କଟକରୁ ୭ ଜଣ, ଖୋର୍ଦ୍ଧାରୁ ୬ ଜଣ, ସମ୍ବଲପୁରରୁ ୫ ଜଣ, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୫୯୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୯୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୩୩୫ ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୬୮ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୭୯୬୪୨୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.