ଭୁବନେଶ୍ୱର, ୨୭/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୦୫ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରୁ ବାଲେଶ୍ୱରରୁ ଜଣେ, ବରଗଡରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୮ ଜଣ, ଜଗତସିଂହପୁରରୁ ଜଣେ, କଳାହାଣ୍ଡିରୁ ୨ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୨ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୭ ଜଣ, ଏବଂ ଷ୍ଟେଟ୍ ପୁଲ୍ ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୦୦୦୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୦୦୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୪୧୦ ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୩୪ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତିା ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୦୪୨୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।