Wednesday , May 31 2023
Breaking News
Home / ସ୍ୱାସ୍ଥ୍ୟ / ୪ ଜଣ ଶିଶୁ ଙ୍କ ସମେତ ୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ ଶିଶୁ ଙ୍କ ସମେତ ୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୮/୧୦/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ହଭ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିଙ୍ଗହଶ ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୬୦୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୪୬୯ ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୧୯ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୧୨୨୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.