Saturday , June 10 2023
Breaking News
Home / ସ୍ୱାସ୍ଥ୍ୟ / ୬ ଜଣ ଶିଶୁ ଙ୍କ ସମେତ ୪୨ ଜଣ ସଂକ୍ରମିତ ଚିହ୍ନଟ

୬ ଜଣ ଶିଶୁ ଙ୍କ ସମେତ ୪୨ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୨୯/୧୦/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୦୬ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୬୦୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୫୨୪ ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୦୬ଜଣ ସଂକ୍୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୨୧୬୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.