Monday , June 5 2023
Breaking News
Home / ସ୍ୱାସ୍ଥ୍ୟ / ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୫୦ ତଳକୁ ଖସିଲା, ୨ଜଣ ଶିଶୁ ଙ୍କ ସମେତ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୫୦ ତଳକୁ ଖସିଲା, ୨ଜଣ ଶିଶୁ ଙ୍କ ସମେତ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୩୧/୧୦/୨୦୨୨(ଓଡ଼ିଶା ସମାଚାର)- ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୫୦ ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୬୧୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୬୨୧ ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୫୦ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୩୬୮୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.