Wednesday , May 31 2023
Home / ବିଶେଷ / ନାଉଗାଁ ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ନାଉଗାଁ ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର ୩୧/୧୦/୨୦୨୨(ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ମିିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଚ୍ଚିଦାନନ୍ଦ ସାହୁ ଉପସ୍ଥିତ ରହି ଜନସାଧାରଙ୍କର ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୧୦୨ ଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିୟ ୯୮ଗୋଟି ଅଭିଯୋଗ,ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ/ଗ୍ରାମ୍ୟ ସମସ୍ୟା ୦୪ ଟି । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ନିମନ୍ତେ ୬୩ ଟି,ଜମିଜମା ସମସ୍ୟା ୦୩ ଟି,ଭତା ସଂପର୍କୀୟ ୦୩ ଟି,ପୋଲିସ ସହାୟତା ନିମନ୍ତେ ୦୧ ଟି,କାଳିଆ ଯୋଜନା ନିମନ୍ତେ ୩ଟି ଏବଂ ଅନ୍ୟାନ୍ୟ ୨୩ ଟି ଅଭିଯୋଗର ଶୁଣାଣୀ କରାଯାଇଥିଲା । ୦୨ ଟି ଅଭିଯୋଗର ତତ୍ କାଳ ଫଏସଲା ହୋଇଥିଲା । ଏହି ଶିବିିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରୁଦ୍ର ନାରାୟଣ ଦାଶ, ଉପ-ଜିଲ୍ଲାପାଳ ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ରମେଶ ଚନ୍ଦ୍ର ସିଂହ,ବି.ଡି.ଓ,ନାଉଗାଁ ରଶ୍ମିରେଖା ମଲ୍ଲିକ,ତହସିଲଦାର ଜେ. କଳ୍ପନା ,ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କ୍ଷେତ୍ରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଥିଲେ ।

Leave a Reply

Your email address will not be published.