Thursday , June 1 2023
Breaking News
Home / ବିଶେଷ / ବର୍ଷିଆନ ସ୍ୱାଧୀନତା ସଂଗ୍ରାମୀ ବିଶ୍ଵନାଥ ଦାସଙ୍କ ଦେହାନ୍ତ

ବର୍ଷିଆନ ସ୍ୱାଧୀନତା ସଂଗ୍ରାମୀ ବିଶ୍ଵନାଥ ଦାସଙ୍କ ଦେହାନ୍ତ

ଜଗତସିଂହପୁର ୦୧/୧୧/୨୦୨୨(ଓଡ଼ିଶା ସମାଚାର)- ବର୍ଷିଆନ ସ୍ୱାଧୀନତା ସଂଗ୍ରାମୀ ବିଶ୍ଵନାଥ ଦାସଙ୍କ ଦେହାନ୍ତ ହୋଇଛି । ଗତକାଲି ବିଳମ୍ବିତ ରାତିରେ କଟକ ବଡ଼ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ୧୦୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି।

ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଳକ ଭଗବାନ ସିଣ୍ଢଳ ଗାଁରେ ୧୭ ଜୁନ୍ ୧୯୧୭ ମସିହାରେ ସେ ଜନ୍ମ ଗ୍ରହଣ କରିଥିଲେ । ମାତ୍ର ୧୬ବର୍ଷ ବୟସରେ ମହାତ୍ମା ଗାନ୍ଧୀଙ୍କ ଡ଼ାକରାରେ ଅନୁପ୍ରାଣିତ ହୋଇ ସ୍ବାଧୀନତା ସଂଗ୍ରାମ ଲଢାଇରେ ଯୋଗଦେଇଥିଲେ । ସେ ଅନେକ ଥର କାରାବରଣ କରିଥିଲେ । ସେ ଦୁଇ ଥର ରାଷ୍ଟ୍ରପତିଙ୍କ ଦ୍ଵାରା ସମ୍ବର୍ଦ୍ଧିତ ହେବା ସହ ଅନେକ ଅନୁଷ୍ଠାନ ଦ୍ୱାରା ପୁରସ୍କୃତ ହୋଇଥିଲେ ।

Leave a Reply

Your email address will not be published.