ଭୁବନେଶ୍ୱର ୦୧/୧୧/୨୦୨୨(ଓଡ଼ିଶା ସମାଚାର)-ଆଜି ବି ଦୈନିକ କରୋନା ସଂକ୍ରମିତ ସଂଖ୍ୟା ୫୦ ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୬୧୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୬୫୪ ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୫୯ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୪୩୫୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।