Wednesday , May 31 2023
Home / ସ୍ୱାସ୍ଥ୍ୟ / ୪ଜଣ ଶିଶୁ ଙ୍କ ସମେତ ୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ

୪ଜଣ ଶିଶୁ ଙ୍କ ସମେତ ୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୦୨/୧୧/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ଶିଶୁ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୬୧୯୫କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣେ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୬୯୫ ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୪୪ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୫୧୪୮୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.