Sunday , May 28 2023
Breaking News
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ସମେତ ୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ସମେତ ୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୦୩/୧୧/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୫ ଜଣ, କଟକ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ଦେବଗଡ଼ ଓ ଯାଜପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୬୨୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୭୨୮ ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୩୩ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୬୦୨୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.