ଭୁବନେଶ୍ବର, ୦୪/୧୧/୨୦୨୨(ଓଡ଼ିଶା ସମାଚାର)- ଭୁବନେଶ୍ବର ଏମ୍ସରୁ ୧୨ ଜଣ ଦଲାଲ ଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି । ବାହାର ଜିଲ୍ଲାରୁ ଆସୁଥିବା ରୋଗୀ ଓ ସମ୍ପର୍କୀୟଙ୍କୁ ଟିକେଟ, ଆଡମିଶନ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ କହି ସେମାନଙ୍କୁ ଲୁଟୁଥିଲେ । ଏମାନେ ଦୀର୍ଘଦିନ ହେବ ଏମ୍ସ ହସ୍ପିଟାଲରେ ଡାକ୍ତରଙ୍କ ପରାମର୍ଶ ପାଇଁ ଟିକେଟ କାଟି ବ୍ଲାକରେ ବିକ୍ରି କରୁଥିଲେ। ରୋଗୀମାନଙ୍କ ଲାଗି ଡାକ୍ତରଙ୍କ ପରାମର୍ଶ ପାଇଁ ମାଗଣା ସେବା ଉପଲବ୍ଧ ଥିବାବେଳେ ଦଲାଲମାନେ ଆଗୁଆ ଟିକେଟ କାଟି ରୋଗୀଙ୍କୁ ୪ରୁ ୫ହଜାର ଟଙ୍କାରେ ବିକୁଥିଲେ ବୋଲି ଜଣାଯାଇଛି । ଏନେଇ ଖଣ୍ଡଗିରି ଥାନା ପୁଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ଆଜି ଚଢାଉ କରି ୧୨ ଜଣଙ୍କୁ ଗିରଫ କରିଥିବା ବେଳେ ଏବେ ଧରପଗଡ଼ ଜାରି ରହିଛି। ଏମ୍ସକୁ ଦଲାଲ ମୁକ୍ତ କରିବା ପାଇଁ ଅଭିଯାନ ଚାଲୁ ରହିଥିବା ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି ।