ଭୁବନେଶ୍ବର, ୦୪/୧୧/୨୦୨୨(ଓଡ଼ିଶା ସମାଚାର)- ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପଚାଶ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସଂକ୍ରମିତ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଆଜି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩, ବଲାଙ୍ଗୀରରୁ ୧, କଟକରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜରୁ ୧, ପୁରୀରୁ ୧, ସମ୍ବଲପୁରରୁ ୨ ଜଣ ଓ ସୁନ୍ଦରଗଡ଼ରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଅନ୍ୟ ପକ୍ଷରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ଏପର୍ୟ୍ୟନ୍ତ ରାଜ୍ୟରେ ୧୩, ୩୬, ୨୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩, ୨୬, ୭୬୮ ଜଣ ସୁସ୍ଥ ହୋଇଛନ୍ତି। ଆଉ ୨୦୮ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି।