Friday , December 9 2022
Breaking News
Home / ନିର୍ବାଚନ / ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ–

ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ–

ଆଜି ଠାରୁ ଆଦର୍ଶ ନିର୍ବାଚନ ଆଚରଣ ବିଧି ଲାଗୁ – ନଭେମ୍ବର ୧୦ରେ ପ୍ରକାଶ ପାଇବ ବିଜ୍ଞପ୍ତି —
ଭୁବନେଶ୍ୱର ୦୫/୧୧/୨୦୨୨(ଓଡ଼ିଶା ସମାଚାର)- ଡିସେମ୍ବର ୫ରେ ହେବ ପଦ୍ମପୁର ଉପନିର୍ବାଚନ । ଏହି ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର । ଆଜି ଠାରୁ ଆଦର୍ଶ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି । ନଭେମ୍ବର ୧୦ରେ ପ୍ରକାଶ ପାଇବ ବିଜ୍ଞପ୍ତି ।
ମିଳିଥିବା ସୂଚନା ଅନୁଯାୟୀ, ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ ହେବ । ଏଥିଲାଗି ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଆଜି ଠାରୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ଏହାପରେ ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ ହୋଇଥିବା ବେଳେ ସେହି ଦିନ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ପରେ ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ। ବିଜେଡି ବିଧାୟକ ବିଜୟରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଛି ।

Leave a Reply

Your email address will not be published.