Saturday , June 10 2023
Breaking News
Home / ସ୍ୱାସ୍ଥ୍ୟ / ୪ ଜଣ ଶିଶୁ ଙ୍କ ସମେତ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ

୪ ଜଣ ଶିଶୁ ଙ୍କ ସମେତ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୫ /୧୧/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ଶିଶୁ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୬୨୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୮୦୯ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୯୦ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୭୫୨୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.