Saturday , June 10 2023
Breaking News
Home / ସ୍ୱାସ୍ଥ୍ୟ / ମାତ୍ର ୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତଙ୍କ ମୃତ୍ୟୁ

ମାତ୍ର ୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମହିଳା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର ୦୬/୧୧/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମାତ୍ର ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୬୨୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ସୁନ୍ଦରଗଡ଼ ଜିଲାର ଜଣେ ୪୪ ବର୍ଷ ବୟସ୍କା ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୮୪୦ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୪ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୮୩୫୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.