ଭୁବନେଶ୍ୱର , ୦୭/୧୧/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମାତ୍ର ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ମାତ୍ର ଜଣେ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୩୬୨୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୬୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୮୬୨ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୪୮ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୮୯୮୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।