Saturday , June 10 2023
Breaking News
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ଙ୍କ ସମେତ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ଙ୍କ ସମେତ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୮/୧୧/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ଜଣେ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୦୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୩୬୨୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୬୮୮୪ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୩୭ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୮୯୬୧୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.