Wednesday , May 31 2023
Home / ଶିକ୍ଷା / ସରକାରୀ ମାଧ୍ୟମିକ ସ୍କୁଲରେ ୭ ହଜାର ୫୪୦ ଶିକ୍ଷକ ନିଯୁକ୍ତି ପାଇବେ –

ସରକାରୀ ମାଧ୍ୟମିକ ସ୍କୁଲରେ ୭ ହଜାର ୫୪୦ ଶିକ୍ଷକ ନିଯୁକ୍ତି ପାଇବେ –

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଅନୁମୋଦନ

ଭୁବନେଶ୍ବର, ୧୧/୧୧/୨୦୨୨ (ଓଡ଼ିଶା ସମାଚାର)-  ରାଜ୍ୟରେ ୭ ହଜାର ୫୪୦ ଶିକ୍ଷକ ସରକାରୀ ମାଧ୍ୟମିକ ସ୍କୁଲରେ ନିଯୁକ୍ତି ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଯୁକ୍ତିକୁ ଅନୁମୋଦନ କରିଛନ୍ତି । ଏ ନେଇ ସୋସିଆଲ ମିଡିଆରେ ୫ଟି ସଚିବ ଭିକେ ପାଣ୍ଡିଆନ ସୂଚନା ଦେଇଛନ୍ତି।ଗୁଣାତ୍ମକ ଶିକ୍ଷାକୁ ସର୍ବଦା ପ୍ରାଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷାର ରୂପାନ୍ତରଣରେ ଆଉ ଏକ ଅଧ୍ୟାୟ ସୃଷ୍ଟି କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ମତରେ ଶିକ୍ଷା ଦ୍ୱାରା ହିଁ ରାଷ୍ଟ୍ରର ସାମଗ୍ରିକ ବିକାଶ ସମ୍ଭବ। ଶିକ୍ଷା ଜାତିର ଏକ ଭାଗ୍ୟ ପରିବର୍ତ୍ତନ କରିବାର କ୍ଷମତା ରଖେ। ତେଣୁ ଦୁଇ ପର୍ଯ୍ୟାୟର ଶିକ୍ଷକ ନିଯୁକ୍ତି ସାରିବା ପରେ ତୃତୀୟ ପର୍ଯ୍ୟାୟ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ସାଢ଼େ ସାତ ହଜାର ହାଇସ୍କୁଲ ଶିକ୍ଷକ ନିଯୁକ୍ତି କରିବାକୁ ବିଭାଗ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି।ସୂଚନାଥାଉକି, ବିଗତ ଦୁଇ ପର୍ୟ୍ୟାୟ ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଶେଷ କରିବା ପରେ ମୁଖ୍ୟମନ୍ତ୍ରୀ ତୃତୀୟ ପର୍ୟ୍ୟାୟ ନିଯୁକ୍ତି ଲାଗି ପଦକ୍ଷକ ଗ୍ରହଣ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମ ପର୍ୟ୍ୟାୟରେ ୬୦୩୧ ଓ ଦ୍ୱିତୀୟ ପର୍ୟ୍ୟାୟରେ ୬ ହଜାର ୮୯୧ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି।

Leave a Reply

Your email address will not be published.