ଭୁବନେଶ୍ୱର,୧୮/୧୧/୨୦୨୨(ଓଡ଼ିଶା ସମାଚାର)- ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ତେବେ କ୍ୟାବିନେଟ ବୈଠକ ପୂର୍ବରୁ ମନ୍ତ୍ରୀ ପରିଷଦ ବୈଠକ ବସିବ। ମନ୍ତ୍ରୀ ପରିଷଦ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ ।