Wednesday , May 31 2023
Breaking News
Home / ବିଶେଷ / ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର,୨୧/୧୧/୨୦୨୨(ଓଡ଼ିଶା ସମାଚାର)- ସୋମବାର ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାଓରୀ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୧୨୭ଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିୟ  ୧୨୦ ଗୋଟି ଅଭିଯୋଗ,ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ/ଗ୍ରାମ୍ୟ ସମସ୍ୟା ୭ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ନିମନ୍ତେ ୬୫ଟି, ରେସନ କାର୍ଡ  ୩ ଟି,ଜମିଜମା ସମସ୍ୟା ୧୧ ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୩ଟି, ରେଡକ୍ରସ ପାଣ୍ଠିରୁ ସହାୟତା ନିମନ୍ତେ ୨ଟି, ଭତା ସଂପର୍କୀୟ ୮ଟି,ପୋଲିସ ସହାୟତା ନିମନ୍ତେ ୨ଟି ଏବଂ ଅନ୍ୟାନ୍ୟ ୨୬ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀମତୀ ଚିନ୍ମୟୀ ବିଶ୍ୱାଳ,ଉପ-ଜିଲ୍ଲାପାଳ ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଉମେଶ କୁମାର ପଣ୍ଡା,ଜଗତସିଂହପୁର ବି.ଡି.ଓ ଶ୍ରୀ ସାଗର କୁମାର ନନ୍ଦ,ତହସିଲଦାର ଶ୍ରୀମତୀ ଅଂଜଳୀ ତରାଇ,ଜିଲ୍ଲା ସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ,ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗ ଶୁଣାଣି କରିଥିଲେ ।

Leave a Reply

Your email address will not be published.