ଭୁବନେଶ୍ୱର,୨୨/୧୧/୨୦୨୨(ଓଡ଼ିଶା ସମାଚାର)- ପଦ୍ମପୁର ଉପନିର୍ବାଚନ ପାଇଁ ଡିସେମ୍ବର ୫ ତାରିଖରେ ଭୋଟ୍ ହେବ । ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ୍ ଦିନ ପଦ୍ମପୁରରେ ସରକାରୀ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।
ଆଜି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ପଦ୍ମପୁର ଉପନିର୍ବାଚନ ପାଇଁ ଡିସେମ୍ବର ୫ ତାରିଖରେ ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ସରକାରୀ ଛୁଟି ରହିବ। ସରକାରଙ୍କ ଘୋଷଣା ମୁତାବକ, ନିର୍ବାଚନ ମଣ୍ଡଳୀରେ ଥିବା ସମସ୍ତ ସରକାରୀ ଅନୁଷ୍ଠାନ ଓ କୋର୍ଟ ଭୋଟ ଦିନ ବନ୍ଦ ରହିବ।