ନିରାକାରପୁର, ୨୫/୧୧/୨୦୨୨(ଓଡ଼ିଶା ସମାଚାର)- ପ୍ରତିବର୍ଷ ଶୀତ ରୁତୁରେ ହଜାର ହଜାର ମାଇଲ ଅତିକ୍ରମ କରି ଲକ୍ଷ ଲକ୍ଷ ପକ୍ଷୀ ଏସିଆ ମହାଦେଶର ସର୍ବଶ୍ରେଷ୍ଟ ଲବଣାକ୍ତ ହ୍ରଦ ଚିଲିକା କୁ ଶୀତ ରୁତୁରେ ଆସିଥାନ୍ତି। ବର୍ତମାନ ପକ୍ଷୀମାନେ ଆସିବା ଆରମ୍ଭ ହୋଇଗଲାଣି। ତେଣୁ ଏହି ଅତିଥି ପକ୍ଷୀ ମାନଙ୍କୁ ଶିକାର ନକରିବା ପାଇଁ ସାମାଜିକ ଅନୁଷ୍ଟାନ ପ୍ରେରଣା ପକ୍ଷରୁ ଜନସଚେତନତା ସୃଷ୍ଟିପାଇଁ ଆସନ୍ତା ୨୭ ତାରିଖ ସକାଳ ୮ ଘଟିକା ରେ ମାସ୍କେଟ ଉତ୍ସବ ଟାଂଗୀ ଥାନା ଅଧିନସ୍ଥ ମଙ୍ଗଳାଯୋଡି ଜେଟି ଠାରେ ଅନୁଷ୍ଠିତ ହେବ। ସେହିପରି ୯ ଘଟିକା ସମୟରେ ଚିତ୍ରାଙ୍କନ ପ୍ରତିଯୋଗିତା,ବାଲୁକା ଶିଳ୍ପୀ ଓ ଚିତ୍ର ଶିଳ୍ପୀ ମାନଙ୍କ ଦ୍ବାରା ସଚେତନତା ଧର୍ମୀ ଚିତ୍ର ଅଙ୍କନ,ପ୍ରଦର୍ଶନୀ ୧୦ ଘଟିକା ସମୟରେ ,ସଭା ପୁରସ୍କାର ବିତରଣ ଉତ୍ସବ ୧୦.୩୦ ରେ ବୃକ୍ଷ ରୋପଣ ଓ ୧୧ ଘଟିକା ସମୟରେ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହେବ ବୋଲି ପ୍ରେରଣା ଗ୍ରୀନ ଆର୍ମୀ ର ସଭାପତି ଡକ୍ଟର ଦିଲ୍ଲୀପ ଶ୍ରୀଚନ୍ଦନ ଏକ ପ୍ରେସ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି। ତେଣୁ ପ୍ରକୃତିପ୍ରେମି,ବିଭିନ୍ନ ପ୍ରତିଯୋଗୀ ଯୋଗଦେବାପାଇଁ ଅନୁରୋଧ କରାଯାଇଛି।