କଟକ, ୨୫/୧୧/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡ଼ା ଜିଲା ବାଲିଆ କାର୍ତିକେଶ୍ୱର ଭସାଣି ବେଳେ ବାଣ ବିସ୍ଫୋରଣରେ ଗୁରୁତର ଆହତ ମାନଙ୍କ ମଧ୍ୟରୁ ଚିକିତ୍ସାଧିନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଶୁକ୍ରବାର ରାତି ପ୍ରାୟ ସାଢ଼େ ୧୦ଟାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଉଦୟ ଭୋଇ। ଏସସିବିରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ବାଣ ବିସ୍ଫୋରଣରେ ପ୍ରାୟ ୩୪ ଜଣ ଗୁରୁତର ଆହତ ହୋଇଥିଲେ। କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତରମାନଙ୍କୁ ଭର୍ତ୍ତି କରାଯାଇଥିଲା। ତେବେ ସେମାନଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ୩୪ ଜଣଙ୍କୁ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ୩ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ସାଂଘାତିକ ଥିବାରୁ ସେମାନଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଶୁକ୍ରବାର ରାତିରେ ଜଣଙ୍କର ମୃତ୍ୟୁ ଘଟିଛି। ଗୁରୁତର ଆହତ ମାନଙ୍କୁ ଚିକିତ୍ସା କରିବା ପାଇଁ ଏସସିବିରେ ସର୍ଜରୀ ଓ ପ୍ଲାଷ୍ଟିକ ସର୍ଜରି ବିଭାଗ ଡାକ୍ତରଙ୍କୁ ନେଇ ୧୦ ଜଣିଆ ସ୍ବତନ୍ତ୍ର ଟିମ ଗଠନ କରାଯାଇଛି।