ନିରାକାରପୁର, ୨୭/୧୧/୨୦୨୨(ଓଡ଼ିଶା ସମାଚାର)-ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ କମାଗୁରୁ ସ୍ଥିତ ରାମଚନ୍ଦ୍ର କଳ୍ପନା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ସୁଧାଂଶୁ ଶେଖର ମହାନ୍ତି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅତିଥିଭାବେ ଶିକ୍ଷାବିତ୍ ଗୋଦାବରୀ ସାହୁ, ରାଜନୀତି ବିଜ୍ଞାନ ବିଭାଗ ଅଧ୍ୟାପିକା ଡ. ରେଣୁବାଳା ସାମନ୍ତରାୟ, ଅଧ୍ୟାପକ ସତ୍ୟ ନାରାୟଣ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଭାରତର ସମ୍ବିଧାନ ଓ ତାର ପ୍ରଣେତା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଶେଷରେ ଜାତୀୟ ସେବା ଯୋଜନା ଅଧିକାରୀ ତଥା ଅଧ୍ୟାପକ ଜମ୍ବେଶ୍ଵର ଜୁଝାରସିହ ଧନ୍ୟବାଦ୍ ଅର୍ପଣ କରିଥିଲେ।