ଭୁବନେଶ୍ୱର, ୨୯/୧୧/୨୦୨୨(ଓଡ଼ିଶା ସମାଚାର)- ଆଜି (ମଙ୍ଗଳବାର) ରାଜ୍ୟ କ୍ୟାବିନେଟ୍ ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସଚ୍ଚିବାଳୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ର ମୋହର ବାଜିପାରେ । ଆଜି (ମଙ୍ଗଳବାର) ସଂଧ୍ୟା ୭ଟା ୧୫ ମିନିଟ୍ ରେ ଏହି କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ କେଉଁ ସବୁ ପ୍ରସ୍ତାବ ଉପରେ ମୋହର ବାଜିବ , ସେନେଇ କିଛି ସୂଚନା ହସ୍ତଗତ ହୋଇନାହିଁ ।