Sunday , January 29 2023
Breaking News
Home / ବିଶେଷ / ୭ଦଫା ଦାବିରେ ସମୁହ ଆଶା କର୍ମୀଙ୍କ କାର୍ୟ୍ୟବନ୍ଦ ଆନ୍ଦୋଳନ

୭ଦଫା ଦାବିରେ ସମୁହ ଆଶା କର୍ମୀଙ୍କ କାର୍ୟ୍ୟବନ୍ଦ ଆନ୍ଦୋଳନ

ବାଲିଗୁଡ଼ା,୩୦/୧୧/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):  ୦୭ ଦଫା ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ଧାରଣାରେ ବସିଲେ ସମୁହ ଆଶା କର୍ମୀ । ଆଶା କର୍ମୀ ମାନଙ୍କର ଦୀର୍ଘ ଦିନର ନ୍ୟାଯ୍ୟ ଦାବି ପୂରଣ ହୋଇନଥିବାରୁ ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଓଡ଼ିଶା ଆଶା କର୍ମୀ ସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ସାରା ରାଜ୍ୟରେ ଏହି ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ସଂଘ । ଦାବି ପୂରଣ ନହେବା ଯାଏ ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ କାର୍ୟ୍ୟ ବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

Leave a Reply

Your email address will not be published.