Friday , February 3 2023
Home / କ୍ରୀଡ଼ା / ଶିବାନନ୍ଦ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ

ଶିବାନନ୍ଦ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ

କେନ୍ଦ୍ରାପଡ଼ା, ୧୯/୧୨/୨୦୨୨ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶିବାନନ୍ଦ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟା ମନ୍ଦିରର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀ ଏହି କ୍ରୀଡା ପ୍ରତିଯୋଗୀତାକୁ ଉଦଘାଟନ କରିଥିଲେ । ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ରେ ୫୦ମିଟର ଓ ୧୦୦ମିଟର ଦୌଡ, ଆଳୁ ଚାମଚ, ବେଙ୍ଗଡିଆଁ, ଗଣିତ, ମିଠା ସନ୍ଧାନ, ଲମ୍ବାଡିଆଁ, ବିଞ୍ଜଲ ରେସ, ମୁ୍ୟଜିକ ଚେୟାର ପ୍ରଭୃତି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ପ୍ରତ୍ୟେକ ବିଭାଗରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀମାନଙ୍କୁ ବାର୍ଷିକ ଉତ୍ସବରେ ପୁରସ୍କୃତ କରାଯିବ । ଏହି କାର୍ଯ୍ୟକ୍ରମରେ ବିଦ୍ୟାମନ୍ଦିରର ପ୍ରଧାନ ଶିକ୍ଷକ ଡଃ. ସୁରେନ୍ଦ୍ର ନାଥ ଆଚାର୍ଯ୍ୟ କ୍ରୀଡାର ବିଭିନ୍ନ ଦିଗ ଉପରେ ବକ୍ତବ୍ୟ ରଖିଥିବା ବେଳେ ଶିକ୍ଷୟିତ୍ରୀ ଦିପ୍ତିମୟୀ ବେହେରା, ମାମୁନି ସେନାପତି ପ୍ରମୁଖ ପ୍ରତିଯୋଗୀତାକୁ ପରିଚାଳନା କରିଥିଲେ । ଶିକ୍ଷକ ଶଦାଶିବ ପଣ୍ଡା ପାଠପଢା ସହିତ କ୍ରୀଡାର ଆବଶ୍ୟକତା ଉପରେ ବକ୍ତବ୍ୟ ରଖିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଶ୍ରୀଧର ରାଉତ ଓ ବାବା ନୃସିଂହ ଦାସ ସହଯୋଗ କରିଥିଲେ ।

Leave a Reply

Your email address will not be published.