ରାଜନଗର, ୨୯/୧୨/୨୦୨୨ (ଓଡ଼ିଶା ସମାଚାର)- ଜାନୁଆରୀ ୪ରୁ ପର୍ୟ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। କୁମ୍ଭୀର ଗଣନା ପାଇଁ ଜାନୁଆରୀ ୪ ରୁ ୧୪ ତାରିଖ ପର୍ୟ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଗତବର୍ଷ ଭିତରକନିକାରେ କୁମ୍ଭୀର ଗଣନା ବେଳେ ୧୭ ଶହ ୮୪ କୁମ୍ଭୀର ଚିହ୍ନଟ କରାଯାଇଥିଲା । ଚଳିତର୍ଷ କୁମ୍ଭୀର ବିଶାରଦ ଡ. ସୁଧାକର କରଙ୍କ ନେତୃତ୍ୱରେ କୁମ୍ଭୀର ଗଣନା କରାଯିବ। ଏ ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି।