Thursday , February 2 2023
Breaking News
Home / ଶିକ୍ଷା / ଆଂଚଳିକ ପଂଚାୟତ ଜୁନିୟର କଲେଜର ବାର୍ଷିକ ଉତ୍ସବ

ଆଂଚଳିକ ପଂଚାୟତ ଜୁନିୟର କଲେଜର ବାର୍ଷିକ ଉତ୍ସବ

ଭୁବନ,୨୩/୦୧/୨୦୨୩ (ଓଡ଼ିଶା ସମାଚାର)- ଭୁବନ ବ୍ଲକ ଅନ୍ତର୍ଗତ ନୂଆହାଟ ଆଂଚଳିକ ପଂଚାୟତ ଜୁନିୟର କଲେଜର ୨୮ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ସୁଶାନ୍ତ କୁମାର ନାୟକ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଢେଙ୍କାନାଳ ସାଂସଦ ମହେଶ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନେ ନିଜକୁ ଉତମ ନାଗରିକ ଓ ସଫଳ ବ୍ୟକ୍ତିତ୍ୱରେ ପରିଣତ ହେବାକୁ ପରାମର୍ଶ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ , ଉପାଧ୍ୟକ୍ଷା ଶ୍ରୀମତୀ ସରୋଜିନୀ ଦ୍ୱିବେଦୀ , ମୃଦଙ୍ଗା ସରପଂଚ ଶ୍ରୀମତୀ ଟିପ ମାଝୀ , ଏନଏସି ନଗରପାଳ ଶୁଭେନ୍ଦୁ କୁମାର ସାହୁ , ପୂର୍ବତନ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ , ପୂର୍ବତନ ଜିଲ୍ଲାପରିଷଦ ଉପାଧ୍ୟକ୍ଷ କୋଦଣ୍ଡଧର ସାହୁ , ମହାବିଦ୍ୟାଳୟର ପ୍ରତିଷ୍ଠାତା ସଂପାଦକ ତଥା ପୂର୍ବତନ ସରପଂଚ ବିଜୟ କୁମାର ଆଏଚ ପ୍ରମୁଖ ଯୋଗଦେଇଥିଲେ । ବାର୍ଷିକ କ୍ରୀଡାରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ , ଅଧ୍ୟାପିକା ସକ୍ରିୟ ଅଂଶଗ୍ରହଣ ଓ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଓଡ଼ିଶା ସମାଚାର

Leave a Reply

Your email address will not be published.