Tuesday , March 28 2023
Breaking News
Home / କ୍ରୀଡ଼ା / କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜିଲ୍ଲା ସ୍ତରୀୟ ବାର୍ଷିକ କ୍ରୀଡା

କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜିଲ୍ଲା ସ୍ତରୀୟ ବାର୍ଷିକ କ୍ରୀଡା

ଜୁନାଗଡ, ୨୮/୦୧/୨୦୨୩ (ଓଡ଼ିଶା ସମାଚାର /ରାକେଶ ବେମାଲ)- କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜିଲ୍ଲା ସ୍ତରୀୟ ଦୁଇ ଦିନିଆ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆଜି ଉଦଘାଟିତ ହୋଇଛି । କୁରୁଗୁଡା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହୃଷିକେଶ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶୁଶାନ୍ତ ପଟେଲ, ସମ୍ମାନୀତ ଅତିଥି ଭାବେ ସିଆଇ କମଳାକାନ୍ତ ପ୍ରହରାଜ, ପିଏଆଇଟିଡିଏ ବିରଞ୍ଚି ଦରୱାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ,ଡ଼ବ୍ଲୁଇଓ ସୁମନ୍ତ ମାଝୀ, କୁରୁଗୁଡା ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରଞ୍ଜନ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇ ଉଦବୋଧନ ଦେଇଥିଲେ । ପରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ୩୯ ଉଚ୍ଚ ବିଦ୍ୟାଳୟ ର ୪୮୦ ଜଣ ଛାତ୍ରଛାତ୍ରୀ ଭାଗ ନେଇଛନ୍ତି । କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଉଛି । କୁରୁଗୁଡା ସ୍କୁଲ ର ଏନସିସି ଶିକ୍ଷକ ସନ୍ତୋଷ ମେହେର କାର୍ୟ୍ୟକ୍ରମ ପରିଚାଳନା କରିଥିବା ବେଳେ ସ୍କୁଲର ଖେଳ ଶିକ୍ଷକ ବିଜୟ କୁମାର ନାଏକଙ୍କ ତତ୍ତ୍ଵାବଧାନରେ ବିଭିନ୍ନ ସ୍କୁଲର ଖେଳ ଶିକ୍ଷକ ସହଯୋଗ କରିଥିଲେ ।

Leave a Reply

Your email address will not be published.