Friday , June 9 2023
Home / ବିଶେଷ / ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଯାଜପୁର, ୨୦/୦୩/୨୦୨୩ (ଓଡ଼ିଶା ସମାଚାର)- ଜିଲା ପ୍ରଶାସନ ପକ୍ଷରୁ ଆଜି ପୂର୍ବାହ୍ନରେ ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ଜିଲାପାଳ ଶ୍ରୀ ଚକ୍ରୱର୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ଦ୍ୱାରା ଜିଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଜନ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲାପାଳ(ରାଜସ୍ୱ) ଡଃ ଦିବ୍ୟଲୋଚନ ମହାନ୍ତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ ଶ୍ରୀ ଅଶୋକ କୁମାର ବେଉରିଆ, ଡେପୁଟି କଲେକ୍ଟର, ଅଭିଯୋଗ ଶ୍ରୀ ନଭ କିଶୋର ନାୟକ, ବି.ଡି.ଓ., ବିଂଝାରପୁର, ମିନତି ଜଗଦେବ, ବିଭିନ୍ନ ଲାଇନ୍ ଡିପାର୍ଟମେଂଟର ଅଧିକାରୀ ଏବଂ ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠକୁ ସମୁଦାୟ ୫୧ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୪୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୯ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୩ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୦୧ ଗୋଟି ଅଭିଯୋଗ ଥିଲା । ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଯୋଗ ସ୍ଥଳରେ ୦୭ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ ।
ପ୍ରକାଶ ଥାଉ କି, ମାର୍ଚ୍ଚ ୨୭ ତାରିଖ ସୋମବାର ବରୀ ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ବରୀ ବ୍ଳକର ଜନସାଧାରଣମାନେ ନିଜ ନିଜର ଆପତି ଅଭିଯୋଗ ଥିଲେ ନିର୍ଦ୍ଧାରିତ ସମୟ ଓ ସ୍ଥାନରେ ଊପସ୍ଥିତ ରହି ସମାଧାନ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published.