ଭୁବନେଶ୍ୱର, ୨୩/୦୩/୨୦୨୩ (ଓଡ଼ିଶା ସମାଚାର)- ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କୁ ବିଜେପି ଦଳର ରାଜ୍ୟ ସଭାପତି ଭାବେ ଦାୟିତ୍ବ ଦିଆଯାଇଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସ୍ଥାନରେ ଶ୍ରୀ ସାମଲ ଙ୍କୁ ଏହି ଦାୟିତ୍ବ ଦିଆଯାଇଛି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ମନମୋହନ ସାମଲଙ୍କୁ ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି।
ସୂଚନାଯୋଗ୍ୟ କି ମନମୋହନ ସାମଲ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର କାର୍ୟ୍ୟ କରିଛନ୍ତି। ବିଜେପି-ବିଜେଡି ମେଣ୍ଟ ଥିବା ବେଳେ ସେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ରାଜସ୍ୱ ଓ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଭାବରେ କାର୍ୟ୍ୟ କରିଥିଲେ। ଏହାଛଡ଼ା ଶ୍ରୀ ସାମଲ ରାଜ୍ୟସଭା ସାଂସଦ ମଧ୍ୟ ଥିଲେ।