Monday , June 5 2023
Breaking News
Home / ସ୍ୱାସ୍ଥ୍ୟ / ବିଏସକେୱାଇରେ ସାମିଲ ହେଲେ ୬୮୧ ଘରୋଇ ସୁପର ସ୍ପେସାଲିଟି ହସ୍ପିଟାଲ

ବିଏସକେୱାଇରେ ସାମିଲ ହେଲେ ୬୮୧ ଘରୋଇ ସୁପର ସ୍ପେସାଲିଟି ହସ୍ପିଟାଲ

ହସ୍ପିଟାଲସ୍ତରରେ ରୋଗୀମାନଙ୍କ ସହାୟତା ପାଇଁ ୬୬୮ ଛାମୁଆ କର୍ମଚାରୀ

ଭୁବନେଶ୍ୱର, ୧୮/୦୫/୨୦୨୩ (ଓଡ଼ିଶା ସମାଚାର)-ସାର୍ବଜନୀନ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ନିମନ୍ତେ ଓଡିଶା ସରକାରଙ୍କ ଅନନ୍ୟ ପ୍ରଚେଷ୍ଟା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ଇତି ମଧ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି । ଯୋଜନାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡ଼ି.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆନ୍ତରୀଣ ସମୀକ୍ଷାରୁ ଏହା ଜଣାପଡିଛି । ଯୋଜନାର କାର୍ଯ୍ୟାୟନ ଅଗ୍ରଗତି ସମୀକ୍ଷା କରି ହସ୍ପିଟାଲ ସ୍ତରରେ ରୋଗୀମାନଙ୍କ ସହାୟତା ନିମନ୍ତେ ସର୍ବଦା ଉତ୍ସଗୀକୃତ ଭାବେ କାର୍ଯ୍ୟ କରିବା ପାଇଁ ଡ଼ଃ ବୃନ୍ଦା ଜିଲା ସଂଯୋଜକ ଓ ସ୍ୱାସ୍ଥ୍ୟ ମିତ୍ର ଆଦି ଛାମୁଆ କର୍ମଚାରୀମାନଙ୍କୁ ନିର୍ଦେଶ ଦେଇଥିଲେ । ଦାୟୀତ୍ୱ ଦିଆାଯାଇଥିବା ହସ୍ପିଟାଲର ବିଭିନ୍ନ ବିଭାଗ, ନିଦାନ କେନ୍ଦ୍ର, ୱାର୍ଡ, ଆଇସିୟୁ. ରୋଗୀ ଓ ସହାୟକମାନଙ୍କ ପାଇଁ ଥିବା ସୁବିଧା କେନ୍ଦ୍ର, ଆନୁସଂଗିକ ସେବା ସୁବିଧା ଆଦି ବିଷୟରେ ସଂପୂର୍ଣ୍ଣ ଅବଗତ ରହି ଲୋକମାନଙ୍କୁ ନିର୍ଭରଯୋଗ୍ୟ ସୂଚନା ଦେବା ସହ ବି.ଏସ୍.କେ.ୱାଇ କାର୍ଡଧାରୀ ରୋଗୀମାନଙ୍କର ପଞୀକରଣ, ଆଡମିଶନ୍, ନିଦାନ ପରୀକ୍ଷା ନିରୀକ୍ଷା ଓ ଚିକିତ୍ସା ପରେ ହସ୍ପିଟାଲରୁ ଡ଼ିସଚାର୍ଯ୍ ଆଦି କାମରେ ସିଧାସଳଖ ସହଯୋଗ କରିବା ପାଇଁ ନିର୍ଦେଶ ଦେଇଥିଲେ  । ବିଶେଷତଃ ଦୂରଦୁରାନ୍ତ ଗ୍ରାମରୁ ଆସିଥିବା ମହିଳା, ବୃଦ୍ଧ, ଦିବ୍ୟାଙ୍ଗ ଓ ନିଃସହାୟ ବ୍ୟକ୍ତିମାନଙ୍କ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ଡ଼ଃ ବୃନ୍ଦା ନିର୍ଦେଶ ଦେଇଥିଲେ । ନୋଡାଲ୍ ଅଫିସରମାନେ ନିୟମିତଭାବେ ତାଲିକାଭୁକ୍ତ ହସ୍ପିଟାଲମାନଙ୍କ ସହ ହ୍ୱାଟସ୍ ଆପ୍ ଗ୍ରୁପ୍ ଓ ଭିଡିଓ କନଫେରନସିଂ ଆଦି ମାଧ୍ୟମରେ ସଂଯୋଜିତ ରହି ବି.ଏସ୍.କେ.ୱାଇ. ର ପ୍ରକ୍ରିୟାଗତ ବୈଷୟିକ ବିଷୟର ଆଶୁ ସମାଧାନ ପାଇଁ ପରାମର୍ଶ ଦେଇଥିଲେ । ପ୍ରାପ୍ତ ସୂଚନାରୁ ଜଣାପଡିଛି, ଚଳିତ ମାସ ସୁଦ୍ଧା ଏହି ଯୋଜନାରେ ୬୮୧ ଟି ଘରୋଇ ସୁପର ସ୍ପେସାଲିଟି ହସ୍ପିଟାଲ ସାମିଲ୍ ହୋଇଛନ୍ତି । ତାଲିକାଭୁକ୍ତ ହସ୍ପିଟାଲ୍ ମଧ୍ୟରୁ ୫୫୫ ଟି ଓଡ଼ିଶାରେ ବିଭିନ୍ନ ଜିଲାରେ ଅବସ୍ଥିତ ଏବଂ ୧୨୬ ଟି ଓଡ଼ିଶା ବାହାର ରାଜ୍ୟମାନଙ୍କରେ ଅବସ୍ଥିତ । ବିଶେଷତଃ ଆସାମ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ପଶ୍ଚିମ ବଙ୍ଗଳା, ମହାରାଷ୍ଟ୍ର, ଦିଲ୍ଲୀ, ଗୁଜୁରାଟ, ପଂଜାବ, ତାମିଲନାଡୁ, ହରିୟାଣା, ଉତର ପ୍ରଦେଶ, ଝାଡଖଣ୍ଡ, ରାଜସ୍ଥାନ, ତେଲେଙ୍ଗାନା ଏବଂ ଉତରାଖଣ୍ଡ ଆଦି ରାଜ୍ୟର ପ୍ରସିଦ୍ଧ ସୁପର ସ୍ପେସାଲିଟି ହସ୍ପିଟାଲମାନେ ବି.ଏସ୍.କେ.ୱାଇ. ଯୋଜନାରେ ଯୋଗ ଦେଇଛନ୍ତି  । ଶ୍ରୀ ଶଙ୍କର କ୍ୟାନସର୍ ପ୍ରତିଷ୍ଠାନ, ଟାଟା ମେଡ଼ିକାଲ ସେଂଟସ,ର୍ ଟାଟା ମେମୋରିଆଲ୍ ହସ୍ପିଟାଲ ଗ୍ରୁପ୍, ଫୋର୍ଟିସ୍ ହେଲଥ୍ କେୟାର ଗ୍ରୁପ୍, ଖ୍ରୀଷ୍ଟିୟାନ୍ ମେଡ଼ିକାଲ କଲେଜ ଓ ନାରାୟଣ ହୃଦାଳୟ ପରି ବିଶ୍ୱସ୍ତରୀୟ ହସ୍ପିଟାଲମାନେ ମଧ୍ୟ ବିଏସକେୱାଇ ଅନ୍ତର୍ଭୁକ୍ତ ହୋଇଛନ୍ତି । ବର୍ତମାନ ସୁଦ୍ଧା ରୋଗୀମାନଙ୍କୁ ସହାୟତା ପାଇଁ ତାଲିକାଭୁକ୍ତ ହସ୍ପିଟାଲ ସ୍ତରରେ ୬୬୮ ଛାମୁଆ କର୍ମଚାରୀ ନିୟୋଜିତ ହୋଇଛନ୍ତି  । ଏମାନଙ୍କ ମଧ୍ୟରୁ ୬୧୪ ଜଣ ସ୍ୱାସ୍ଥ୍ୟମିତ୍ର ଏବଂ ୬୫ ଜଣ ଜିଲ୍ଲା ସଂଯୋଜକ ଭାବେ କାର୍ଯ୍ୟରତ । ଏହାଛଡା ହସ୍ପିଟାଲରେ ନିର୍ବିଘ୍ନ ରୋଗୀ ସେବାର ପରିଚାଳନା ନିମନ୍ତେ ୧୧୬ ଜଣ ଅଭିଜ୍ଞ ଓ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀ କର୍ତବ୍ୟରତ ଅଛନ୍ତି  । ସମୁଦାୟ ବ୍ୟବସ୍ଥାକୁ ଏକ ଅତ୍ୟାଧୁନିକ ଅନଲାଇନ ୱେବ୍ ପୋର୍ଟାଲ୍ ମାଧ୍ୟମରେ ପ୍ରକୃତ ସମୟ (ରିୟଲ୍ ଟାଇମ୍) ଭିତିରେ ତଦାରଖ ଓ ପରିଚାଳନା କରାଯାଉଛି । ତାଲିକାଭୁକ୍ତ ହସ୍ପିଟାଲମାନଙ୍କର ସୂଚନା www.bsky.gov.in ରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସନ୍ନିବଶିତ କରାଯାଇଛି  । ବାହାର ରାଜ୍ୟରେ ରହୁଥିବା ବିଏସକେୱାଇ. କାର୍ଡଧାରୀ ଓଡ଼ିଶା ଲୋକ ଚିକିତ୍ସା ଦରକାର ହେଲେ ଏହି ୱେବ୍ ସାଇଟରେ ବି.ଏସ୍.କେ.ୱାଇ. ତାଲିକାଭୁକ୍ତ ହସ୍ପିଟାଲ ନାମ ଦେଖି ଯିବା ପାଇଁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published.