Monday , June 5 2023
Breaking News
Home / ଶିକ୍ଷା / ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇଲା , ପାସ୍ ହାର ୯୬.୪ 

ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇଲା , ପାସ୍ ହାର ୯୬.୪ 

କଟକ, ୧୮/୦୫/୨୦୨୩ (ଓଡ଼ିଶା ସମାଚାର)-  ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍‌ (ଦଶମ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସଚିବଙ୍କ ଉପସ୍ଥିତି‌ରେ ପରୀକ୍ଷାଫଳ ପ୍ରକାଶ ପାଇଛି। ମନ୍ତ୍ରୀ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥର ପାସ୍ ହାର ରହିଛି ୯୬.୪ ପ୍ରତିଶତ। ଏବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୨୯୮ ଜଣ ଛାତ୍ର ଓ ୨୫୭୧୦୬ଜଣ ଛାତ୍ରୀ ଥିବା ଜଣାଯାଇଛି। ଗତ ବର୍ଷ ତୁଳନାରେ ଏ ବର୍ଷ ପରୀକ୍ଷାଫଳ ଭଲ ହୋଇଛି। ଛାତ୍ରଙ୍କ ତୁଳନାରେ ଏଥର ଛାତ୍ରୀମାନଙ୍କର ପାସ୍ ହାର ଅଧିକ ରହିଛି। ଚଳିତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହେବ । ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ପାରିନଥିଲା । ଖୁବଶୀଘ୍ର ତାରିଖ ଘୋଷଣା କରାଯିବାପରେ ପରୀକ୍ଷା କରାଯିବ । ୨୩ରୁ ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ହାଇସ୍କୁଲ ଛାତ୍ରଛାତ୍ରୀମାନେ ଅନଲାଇନରେ ସମସ୍ତେ ଆବେଦନ କରିପାରିବେ । ମଧ୍ୟମା ଓ ଷ୍ଟେଟ ଓପନ ସ୍କୁଲ ପାଇଁ ଛାତ୍ରଛାତ୍ରୀମାନେ ଅଫଲାଇନ ଆବେଦନ କରିବେ ।ପାସ୍ ହାରରେ କଟକ-ଜଗତସିଂହପୁରରେ ସର୍ବାଧିକ ୯୭.୯୯ ପ୍ରତିଶତ ରହିଥିବାବେଳେ ମାଲକାନଗିରିରେ ସର୍ବନିମ୍ନ ୯୨.୬୮ ପ୍ରତିଶତ ପାସ୍ ହାର ରହିଛି । ଚଳିତ ବର୍ଷର ପାସହାର ୯୬.୪୦ % ରହିଛି । ମୋଟ ୫ଲକ୍ଷ ୧୬ହଜାର ୪୨୬ ପିଲା ପାସ୍ କରିଛନ୍ତି । ୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ ହୋଇଛି । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସହାର ଅଧିକ ରହିଛି । ଛାତ୍ରୀଙ୍କ ପାସ୍ ହାର ୯୭.୦୫% ଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୭୫% ରହିଛି । ଏନେଇ ବିଧିବଦ୍ଧ ଭାବେ ପୁସ୍ତିକା ଉନ୍ମୋଚନ କରି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ।

ଏଥିରେ ବୋର୍ଡ ସଭାପତି ରମାଶିଷ ହାଜରା ଓ ଉପସଭାପତି ଡକ୍ଟର ନିହାର ରଂଜନ ମହାନ୍ତି ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

Leave a Reply

Your email address will not be published.