ଭୁବନେଶ୍ୱର, ୩୧/୦୫/୨୦୨୩ (ଓଡ଼ିଶା ସମାଚାର)-ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।