Monday , October 2 2023
Breaking News
Home / ବିଶେଷ / ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା

 ଭୁବନେଶ୍ୱର, ୩୧/୦୫/୨୦୨୩ (ଓଡ଼ିଶା ସମାଚାର)- ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଜୁନ୍‌ ୧ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ୨୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ମଧ୍ୟରେ ରହିବ। ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର କିଛି ଅଞ୍ଚଳରେ କାଳବେଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

Leave a Reply

Your email address will not be published. Required fields are marked *