ବାଲେଶ୍ବର, ୦୩/୦୬/୨୦୨୩ (ଓଡ଼ିଶା ସମାଚାର)- ବାଲେଶ୍ବର ଟ୍ରେନ ଦୁର୍ଘଟଣା ପରେ ଯାତ୍ରୀଙ୍କୁ ଉଦ୍ଧାର କରି ପଶ୍ଚିମବଙ୍ଗ ନେଇ ଯାଉଥିବା ନୀଳକଂଠ ନାମକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ଥ ହୋଇଛି। ବସ୍ ସହ ଏକ ଅପ ଭ୍ୟାନ ଧକ୍କା ହେବା ଫଳରେ ବସ୍ ରେ ଥିବା ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତ ଙ୍କୁ ପଶ୍ଚିମବଙ୍ଗର ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।