Monday , October 2 2023
Breaking News
Home / ଶିକ୍ଷା / ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ୨ କଳା  ପରୀକ୍ଷା ଫଳ

ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ୨ କଳା  ପରୀକ୍ଷା ଫଳ

ଭୁବନେଶ୍ୱର,୦୮/୦୬/୨୦୨୩ (ଓଡ଼ିଶା ସମାଚାର)-ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଫଳ । କଳା ସହିତ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-କାଉନସିଲ୍ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । www.chseresults.nic.inରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥିରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

Leave a Reply

Your email address will not be published. Required fields are marked *