ଜଗତସିଂହପୁର, ୧୩ /୧୧/୨୦୨୩ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବିରିଡି ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ,ଭା.ପ୍ର.ସେ. ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୫୬ଟି ଅଭିଯୋଗ ପଂଜିକୃତ ହୋଇଥିଲା ।
ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିୟ ୪୯ଗୋଟି ଅଭିଯୋଗ,ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ/ଗ୍ରାମ୍ୟ ସମସ୍ୟା ସଂପର୍କୀୟ ୦୭ଟି,ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସଂପର୍କୀୟ ୦୧ଟି,ଆବାସ ଯୋଜନା ସମସ୍ୟା ସଂପର୍କୀୟ ୦୧ଟି, ଜମିଜମା ସମସ୍ୟା ସଂପର୍କୀୟ୦୯ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣିରୁ ସହାୟତା ପାଇବା ପାଇଁ୦୨ଟି, ଭତା ପାଇବା ପାଇଁ ୦୩ଟି,ପୋଲିସ ସହାୟତା ସଂପର୍କୀୟ୦୧ଟି ଏବଂ ଅନ୍ୟାନ୍ୟ୧୩ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୯ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା ।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି.ଆର୍, ମୁଖ୍ୟ ବିକାଶ-ତଥା- ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ରବିନାରାୟଣ ଜେଠୀ,ଉପଖଣ ଆରକ୍ଷୀ ଅଧିକ୍ଷକ ଶ୍ରୀ ରଶ୍ମି ରଞନ ସାହୁ, ବିରିଡି ପଚାଂୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମମତା ପାତ୍ର, ଗୋଷ୍ଠି ଉନ୍ନୟନ ଅଧିକାରୀ, ବିରିଡି ଡଃ ବେବିତା ମଞରୀ ନାୟକ, ତହସିଲଦାର, ବିରିଡି ଶ୍ରୀ ସଞୟ କୁମାର ବେହେରା ,ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗ ଶୁଣାଣି କରିଥିଲେ ।
ବିରିଡି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
