ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ୨୦୨୪ ମାର୍ଚ୍ଚ ୦୯ ତାରିଖ ରେ ।

ଯାଜପୁର, ୦୪/୦୩/୨୦୨୪ (ଓଡ଼ିଶା ସମାଚାର)-ଆସନ୍ତା ମାର୍ଚ୍ଚ ମାସ ୦୯ ତାରିଖ ଶନିବାର ଜିଲା ଓ ଦୌରା ଅଦାଲତ ଯାଜପୁର ସମେତ ଜିଲାର ସମସ୍ତ ଅଦାଲତ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେଉଥିବା ଜିଲା ଆଇନ ସେବା ପ୍ରାଧିକରଣ, ଯାଜପୁର ସଚିବ ଶ୍ରୀମତୀ ଜ୍ୟୋତିର୍ମୟୀ ଦାସ ପ୍ରକାଶ କରିଛନ୍ତି । ଉକ୍ତ ଲୋକ ଅଦାଲତରେ ସମସ୍ତ ପ୍ରକାରର ବିଚାରାଧିନ ମକଦ୍ଧମା ଯଥା- ଫୌଜଦାରୀ (ସାଲିସଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କ ଋଣ, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦୁ୍ୟତ୍, ଜଳ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଧମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଏହା ସହ ପ୍ରାକ ମକଦ୍ଧମା ସ୍ତରୀୟ ମାମଲା ତଥା ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦୁ୍ୟତ୍, ଜଳ ଓ ଅନ୍ୟାନ୍ୟ ସାଲିସ୍ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଧମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଏହି ମକଦ୍ଧମା ବାବଦରେ ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡେ ନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ ଓ ଚୁଡାନ୍ତ । ଦୀର୍ଘ ଦିନ ଧରି ଚାଲୁ ରହିଥିବା ମକଦ୍ଧମାର ସହଜ ସମାଧାନ ପାଇଁ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁଯୋଗ । ଏ ସଂକ୍ରାନ୍ତରେ ସବିଶେଷ ବିବରଣୀ ନିମନ୍ତେ ଜିଲା ଆଇନ ସେବା ପ୍ରାଧିକରଣ, ଯାଜପୁର ଓ ତାଲୁକ ଆଇନ ସେବା କମିଟି, ଯାଜପୁର ରୋଡ ଏବଂ ଚଣ୍ଡିଖୋଲ ସହିତ ଯୋଗାଯୋଗ କରିବାକୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *