ମହିଳା କର୍ମଚାରୀମାନଙ୍କ ପାଇଁ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨/୦୩/୨୦୨୪ (ଓଡ଼ିଶା ସମାଚାର)- ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ଉପଭୋଗ କରିପାରିବେ। ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Leave a Reply

Your email address will not be published. Required fields are marked *