କ୍ୟାବିନେଟ ବୈଠକରେ ୭ ଟି ବିଭିନ୍ନ ବିଭାଗର ୧୪ ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୬/୦୩/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ତା.୧୬..୦୩.୨୦୨୪. ରିଖରେ ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୭୭ ତମ ବୈଠକ ତଥା ଚଳିତ ମନ୍ତ୍ରୀ ମଣ୍ଡଳର ଶେଷ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟ ବୈଠକର ନିଷ୍ପତ୍ତି ସଂପର୍କରେ ରାଜ୍ୟ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଆଜିର କ୍ୟାବିନେଟ ବୈଠକରେ ପାରିତ ହୋଇଥିବା ୭ ଟି ବିଭିନ୍ନ ବିଭାଗର ୧୪ ଟି ପ୍ରସ୍ତାବ ଓ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଥିଲେ ।
ମାନ୍ୟବର ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଆଜିର କ୍ୟାବିନେଟ ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଦେଇଥିବା ଗତ ୫ ବର୍ଷରେ ରାଜ୍ୟର ବିକାଶ ସମ୍ପକିତ ବିବୃତ୍ତି ସମ୍ପର୍କରେ ଆଲୋକପାତ କରିଥିଲେ ।

Leave a Reply

Your email address will not be published. Required fields are marked *