୫୦ ହଜାର ଟଙ୍କା  ପିସି ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଖୋର୍ଦ୍ଧା ବ୍ଲକର ମହିଳା ସହକାରୀ ଯନ୍ତ୍ରୀ

ଖୋର୍ଦ୍ଧା, ୨୦/୦୩/୨୦୨୪ (ଓଡ଼ିଶା ସମାଚାର)- ୫୦ ହଜାର ଟଙ୍କା ଲାଂଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର। ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ପିସି ଟଙ୍କା ନେଉଥିବା ବେଳେ  ଖୋର୍ଦ୍ଧା ଭିଜିଲାନ୍ସ ଟିମ ତାଙ୍କୁ ଧରିଛି।

ସୂଚନା ଅନୁଯାୟୀ, ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ଜଣେ ଠିକାଦାରଙ୍କୁ ୧୦ ପ୍ରତିଶତ ପିସି ମାଗିଥିଲେ। ୧୮ ଲକ୍ଷ ଟଙ୍କାର ଏହି କାମର ପିସି ବାବଦରେ ଆଗରୁ ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର ଠିକାଦାରଙ୍କ ଠାରୁ ୧ ଲକ୍ଷ ୩୦ ହଜାର ଟଙ୍କା ନେଇସାରିଥିଲେ। ଏନେଇ ଠିକାଦାରଙ୍କ ବାପା ଶିଶିର ମଙ୍ଗରାଜ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ଆଜି ଠିକାଦାର ଅବଶିଷ୍ଟ ୫୦ ହଜାର ଟଙ୍କା ଦେବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ଡିଏସପି ଚନ୍ଦ୍ରକଳା ଜେନା ଓ ନୂଆଗଡ଼ ଡିଏସପି ପ୍ରତ୍ୟୁଷ ମହାପାତ୍ରଙ୍କ ନେତୃତ୍ବରେ ଏକ ଟିମ୍ ଚଢ଼ଉ କରି ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ରଙ୍କୁ ଧରିଥିଲା ଏବଂ ତାଙ୍କଠାରୁ ୫୦ ହଜାର ଟଙ୍କା ଜବତ କରିଥିଲା।

Leave a Reply

Your email address will not be published. Required fields are marked *