ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଙ୍କ  ଶୋକ

ଭୁବନେଶ୍ୱର,୨୨/୦୩/୨୦୨୪(ଓଡ଼ିଶା ସମାଚାର/ରଜତ ମହାପାତ୍ର)-ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତଙ୍କ ବିୟୋଗରେ ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଗଭୀର ଶୋକ ପ୍ରକାଶ କରିଛନ୍ତି ।  ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା,ଏକାଧିକ ଥର ମନ୍ତ୍ରୀ ତଥା ବିଧାୟକ ଭାବେ  ସ୍ବର୍ଗତ ରାଉତଙ୍କର ନିଜ ଅଞ୍ଚଳ ତଥା ରାଜ୍ୟର ବିକାଶରେ  ଅବଦାନ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ ବୋଲି ଶ୍ରୀମତୀ ସାହୁ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀମତୀ ସାହୁ ଦିବଂଗତ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।

Leave a Reply

Your email address will not be published. Required fields are marked *