ଭୁବନେଶ୍ୱର,୨୨/୦୩/୨୦୨୪(ଓଡ଼ିଶା ସମାଚାର/ରଜତ ମହାପାତ୍ର)-ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ଗଭୀର ଶୋକ ପ୍ରକାଶ କରିଛନ୍ତି। ଡା. ରାଉତଙ୍କୁ ଜଣେ ଆଗଧାଡିର ରାଜନେତା, ଦକ୍ଷ ସଂଗଠକ ତଥା ପ୍ରତିବଦ୍ଧ ବ୍ୟକ୍ତିତ୍ୱ ଥିଲେ ବୋଲି ମନ୍ତ୍ରୀ ଶ୍ରୀ ଅମାତ ଅବିହିତ ସହିତ ତାଙ୍କ ଅମର ଆତ୍ମା ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପୂର୍ବକ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।