ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

କଟକ/ କେନ୍ଦୁଝର,୨୩/୦୩/୨୦୨୪(ଓଡ଼ିଶା ସମାଚାର)- ଚିକିତ୍ସାଧୀନ ଅବସ୍ଥାରେ ଜଣେ ବିଚାରାଧୀନ କଏଦୀଙ୍କର  ମୃତ୍ୟୁ ଘଟିଛି। ଜେଲରେ ଫାଶୀ ଲଗାଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଆଜି ସେ ମୃତ୍ୟୁ ବରଣ କରିଛନ୍ତି ।

ସୂଚନା ଅନୁସାରେ, ଏକ ଦୁଷ୍କର୍ମ ମାମଲାରେ ଗିରଫ ହୋଇ ଅଜୟ ଦାସ କେନ୍ଦୁଝର ଜେଲରେ ବଚାରାଧୀନ ବନ୍ଦୀ ଭାବେ ଜୀବନ ବିତାଉଥିଲେ । ଗତକାଲି ହଠାତ୍ ସେ ଜେଲ ଭିତରେ ପାଇଖାନା ଘରେ ଗାମୁଛାରେ ଫାଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କେନ୍ଦୁଝର ମେଡିକାଲ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା କେନ୍ଦୁଝର ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *