ରାଜ୍ୟସ୍ତରୀୟ ଏନଫୋର୍ସମେଣ୍ଟ କମିଟିର  ସମନ୍ୱୟ ବୈଠକ

                                       ବିଭିନ୍ନ ବ୍ୟବସ୍ଥାରେ ଯାଂଚ ଓ ଚଢଉକୁ କଡାକଡି କରିବା ଉପରେଗୁରୁତ୍ୱ

ଭୁବନେଶ୍ୱର, ୨୭/୦୩/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନ୨୦୨୪ କୁ ଦୃଷ୍ଟିରେ ରଖି ରାଜ୍ୟ ସ୍ତରୀୟ ଏନଫୋର୍ସମେଣ୍ଟ କମିଟିର   ଅନ୍ୟ ଏକ ସମନ୍ୱୟ ବୈଠକଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବରୁ ଏହି ପରିପ୍ରେକ୍ଷୀରେ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଆଜିର ବୈଠକରେ ବିଭିନ୍ନ ଯାଂଚ ଓ ଚଢଉ ଦାୟିତ୍ୱରେ ଥିବା ଏନଫୋର୍ସମେଣ୍ଟ କମିଟିର ସଦସ୍ୟମାନଙ୍କ ସହିତ ସଦ୍ୟତମ ସ୍ଥିତି ଯାଂଚ କରାଯାଇଥିଲା । ଆଗାମୀ ସାଧାରଣ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବା, ନିର୍ବାଚନ ଆଦର୍ଶ ଆଚରଣବିଧିକୁ କଡାକଡ଼ି ଅନୁପାଳନ କରାଯିବା ନେଇ ଗଠିତ ରାଜ୍ୟସ୍ତରୀୟ କମିଟିର ସଭ୍ୟମାନେ ଯୋଗଦେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେଆଇନ୍ ଖିଲାପକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଭିନ୍ନ ବ୍ୟବସ୍ଥାରେ ରହିଥିବା ଯାଂଚ ଓ ଚଢଉ ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ଗୁରୁତ୍ୱ ଦେଇଛନ୍ତି ।ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସାଧାରଣ ପ୍ରଶାସନ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ, ବାଣିଜ୍ୟ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ, ଜିଏସ୍ଟି କମିଶନର, ରାଜ୍ୟ ପୁଲିସ୍ ମହା ନିର୍ଦ୍ଦେଶକ,ପରିବହନ ବିଭାଗ କମିଶନର,ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ତଥା ବନ ବାହିନୀ  ମୁଖ୍ୟ,ଓଡିଶା ପ୍ରମୁଖ ସଦସ୍ୟମାନେ ଯୋଗଦେଇଥିଲେ

          ବୈଠକରେ ପୁଲିସ୍ ପ୍ରଶାସନ ତରଫରୁ ବର୍ତ୍ତମାନସୁଦ୍ଧା ରାଜ୍ୟର ଆଇନ୍ ଶୃଙ୍ଖଳାସ୍ଥିତି, ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ଅନୁଷ୍ଠିତ ହେବା ପରିପ୍ରେକ୍ଷୀରେ ଅନୁପ୍ରବେଶକାରୀ ଏବଂ ଉଗ୍ରବାଦୀ କାର୍ଯ୍ୟକଳାପର ମୁକାବିଲା କରିବାପାଇଁ ପୁଲିସ ତରଫରୁ କାର୍ଯ୍ୟାନୁଷ୍ଠାନ ସଂପର୍କରେ ତଥ୍ୟ ଉପସ୍ଥାପନ କରାଯାଇଥିଲାବିଭିନ୍ନ ଅପରାଧିକ ମାମଲାରେ ପୋଲିସ ତରଫରୁ ଅଦ୍ୟାବଧି କାର୍ଯ୍ୟନୁଷ୍ଠାନ, ନିର୍ବାଚନ ଘୋଷଣା ପରଠାରୁ ଅସ୍ତ୍ରଶସ୍ତ୍ର, ଗୋଳାବାରୁଦ ଇତ୍ୟାଦି ଜବତ,ମଦ ଓ ନିଶାଦ୍ରବ୍ୟ ମାମଲାରେ ନିଆଯାଉଥିବା ପଦକ୍ଷେପ ସଂପର୍କରେ ସୂଚନା ପ୍ରଦାନ କରାଯାଇଥିଲାବିଭିନ୍ନ ଜିଲ୍ଲାରେ ପୁଲିସ୍ ମୁତୟନ, ଆନ୍ତଃରାଜ୍ୟ ସୀମାରେ ପୋଲିସଚେକ୍ ପୋଷ୍ଟ, ଅବକାରୀ ଚେକ୍ ପୋଷ୍ଟ, ଜଙ୍ଗଲ ବିଭାଗ ଚେକ୍ ପୋଷ୍ଟ ଆଦିରେ କଡ଼ାକଡ଼ି ନଜର ରଖାଯିବା, ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ଅନୁପ୍ରବେଶକାରୀ, ବେଆଇନ ମାଦକ ଦ୍ରବ୍ୟ ଚୋରା ଚାଲାଣ ଏବଂ ବେଆଇନ ନଗଦ ଟଙ୍କା କାରବାର ଉପରେ କଡ଼ା ନଜର ରଖିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି

ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆଦର୍ଶ ଆଚରଣବିଧି କଡାକଡି ଅନୁପାଳନ ପାଇଁ ସଂପୃକ୍ତ ପୋଲିସ୍ ପ୍ରଶାସନ, ଅବକାରୀ ବିଭାଗ, ଜଙ୍ଗଲ ବିଭାଗ, ବାଣିଜ୍ୟ ପରିବହନ ବିଭାଗ ଆଦି ବିଭିନ୍ନ ବିଭାଗରେ ମୁଖ୍ୟ ମାନଙ୍କୁ ସମନ୍ୱୟ ରଖି କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛିବୈଠକରେ ବେଆଇନ ମାଦକଦ୍ରବ୍ୟ ଜବତ ସଂପର୍କରେ ଅବକାରୀ ବିଭାଗ ତରଫରୁ ଅଦ୍ୟାବଧି ନିଆଯ।ଇଥିବା କାର୍ଯ୍ୟନୁଷ୍ଠାନ ସଂପର୍କରେ ବିଭାଗର ପ୍ରମୁଖ ଶାସନ ସଚିବ ସୂଚନା ପ୍ରଦାନ କରିଥିଲେସେହିପରି ଜିଏସ୍ଟି କମିଶନର ଦ୍ରବ୍ୟ ସେବାକର ଆଇନ୍ ଖିଲାପକାରୀଙ୍କ ବିରୁଦ୍ଧରେ କର୍ଯ୍ୟାନୁଷ୍ଠାନ ସଂପର୍କିତ ତଥ୍ୟ ଉପସ୍ଥାପନ କରିଥିଲେ ସଂପର୍କରେ ନିୟମିତ ଆନ୍ତଃରାଜ୍ୟ ସମନ୍ୱୟ ବୈଠକ ନିୟମିତ ଅନୁଷ୍ଠିତ ହେଉଥିବା, ବାଣିଜ୍ୟ ପରିବହନ ବିଭାଗ ସମନ୍ୱୟରେ ମିଳିତ ଚଢଉ କରାଯାଉଥିବା ସଂପର୍କରେ ସେ ସୂଚନା ପ୍ରଦାନ କରିଥିଲେ

Leave a Reply

Your email address will not be published. Required fields are marked *