Latest Odisha News : ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ଦେହାନ୍ତ

ଭୁବନେଶ୍ୱର,୦୧/୦୪/୨୦୨୪  (ଓଡ଼ିଶା ସମାଚାର)- ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ ହୋଇଯାଇଛି ଜ୍ଝ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି ଜ୍ଝ ମୃତ୍ୟୁ ନେଇ ତାଙ୍କ ସ୍ବାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି। ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ ଜ୍ଝ ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତ ଜଗତର ଜଣେ ପରିଚିତ କଣ୍ଠଶିଳ୍ପୀ ଥିଲେ । ନିଜ କଣ୍ଠର ଯାଦୁଗରିରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି, ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଓ ବିଭୁ ଚେତନା ସୃଷ୍ଟି କରୁଥିଲା । ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଥିଲା । ‘ଥକା ମନ ଚାଲ ଯିବା’ ସହ ‘ଜଗନ୍ନାଥ ତୁମେ ବଡ ଛଳିଆ’ ଆଦି ଗୀତ ପାଇଁ ସେ ବେଶ ଲୋକପ୍ରିୟ ଥିଲେ ଜ୍ଝ
ଶାନ୍ତିଲତା ଭୁବନେଶ୍ବରରେ ୧ ଅକ୍ଟୋବର ୧୯୬୦ରେ ଜନ୍ମ ଗ୍ରହଣ କରିଥିଲେ । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଓଡ଼ିଶୀ ସଙ୍ଗୀତରେ ଆଚାର୍ୟ୍ୟ କରିଥିବା ଶାନ୍ତିଲତା ବିଶିଷ୍ଟ ସଙ୍ଗୀତ ଗୁରୁ ବାଳକୃଷ୍ଣ ଦାସ, ମାର୍କଣ୍ଡେୟ ମହାପାତ୍ର, ସିଂହାରୀ ଶ୍ୟାମସୁନ୍ଦର କର, ଗୋପାଳ ପଣ୍ଡା ପ୍ରମୁଖଙ୍କଠାରୁ ସଙ୍ଗୀତ ଶିକ୍ଷା ନେଇଥିଲେ । ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ହେବ ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *