ଅମର ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର, ୦୪/୦୪/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-ଅମର ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ନିର୍ବାଚନ ଆଚରଣ ବିଧି ପାଳନ ପୂର୍ବକ ସୂଚନା ଓ ଲୋକ ସମ୍ପର୍କ ବିଭାଗ, ରାଜ୍ୟସ୍ତରୀୟ ଶହୀଦ ରଘୁ-ଦିବାକର ସ୍ମୃତି କମିଟି ଏବଂ ରଣପୁର ସାଂସ୍କୃତିକ ପରିଷଦ, ଭୁବନେଶ୍ୱରଙ୍କ ମିଳିତ ସହଯୋଗରେ ୟୁନିଟ-୯ସ୍ଥିତ ଶହୀଦ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସହକାରୀ ନିର୍ଦ୍ଦେଶକ ଟି.ବି. ଟି. ଆନସାରୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ବିପ୍ଲବୀ ମାନଙ୍କ ସ୍ମୃତି ଚାରଣ କରିଥିଲେ ।

ଏହି ଅବସରରେ ଭୁବନେଶ୍ୱରସ୍ଥିତ ଆଚାର୍ଯ୍ୟ ବିହାର ପରିଷଦ, ଶହୀଦ ରଘୁ-ଦିବାକର ସ୍ମୃତି ସଂସଦ, ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀ ଲଷ୍ମୀଧର ବେହେରା, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *